୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୧୦ ଜଣ, ସୁନ୍ଦରଗଡ଼ରୁ ୯ ଜଣ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଁଏ, ବଲାଙ୍ଗୀର ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ଯାଜପୁରରୁ ୩ ଜଣ, ବରଗଡ଼, ଦେବଗଡ଼, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।