ନୂଆଦିଲ୍ଲୀ, ୨୬/୦୨: ରାଜ୍ୟସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ମାର୍ଚ୍ଚ ୬ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ମାର୍ଚ୍ଚ ୯ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ। ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ହେବ ଭୋଟ୍ ଗଣତି ।
ସୂଚନାଯୋଗ୍ୟ, ଓଡ଼ିଶା ସମେତ ୧୦ ରାଜ୍ୟର ୩୭ ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ କରାଯିବ।
