ମଧ୍ୟପ୍ରାଚ୍ୟରେ ଫସିଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ୱର ଜାରି
ୱାର୍କିଂ ଗ୍ରୁପ ଗଠନ ନେଇ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା
ଭୁବନେଶ୍ୱର, ୦୩/୦୩: ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି କରିଛନ୍ତି ରାଜ୍ୟ ସରକାର। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି। ଏ ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଲେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ସରକାରଙ୍କ ପକ୍ଷରୁ ସହାୟତା ଓ ସୂଚନା ପାଇଁ ଓଡ଼ିଶା ପରିବାର, ରାଜ୍ୟ ଗୃହ ବିଭାଗ, ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ ଓ ବିଭିନ୍ନ ପ୍ରବାସୀ ଭାରତୀୟ ସଂସ୍ଥାମାନଙ୍କ ସହ ମିଳିତ ଭାବେ ଏକ ୱାର୍କିଂ ଗ୍ରୁପ ଗଠନ ହୋଇଛି। ଏଥିସହ ହେଲ୍ପଲାଇନ ନମ୍ୱର ଜାରି କରାଯାଇଛି।
ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ୍-୯୭୧୫୪୩୦୯୦୫୭୧, ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ।