ଆଇସିୟୁରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ହଠାତ୍ ଅସୁସ୍ଥ ହୋଇପଡ଼ିବା ପରେ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୦୩/୦୩: ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅଛନ୍ତି ମନ୍ତ୍ରୀ। ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଆଡମିଟ କରାଯାଇଛି। ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି।

ସୂଚନା ଅନୁସାରେ, ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ୱରରେ ତାଙ୍କ ସରକାରୀ ବାସଭବନରେ ଥିବା ସମୟରେ ଅତ୍ୟଧିକ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଏହା ପରେ, ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ଚିକିତ୍ସା ପାଇଁ ତୁରନ୍ତ ଭୁବନେଶ୍ୱର ଏମ୍ସକୁ ପଠାଯାଇଥିଲା।