ଭୁବନେଶ୍ୱର, ୦୫/୦୩: ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହୋଇଛନ୍ତି। ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି।
ସୂଚନାଯୋଗ୍ୟ, ଗତ ୩ ତାରିଖ ରାତିରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି ହୋଇଥିଲେ ମନ୍ତ୍ରୀ ସୁରେଶ ପୂଜାରୀ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡ଼ାକ୍ତର ଘୋଷଣା କରିଥିଲେ।