ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଶ୍ରଦ୍ଧାଞ୍ଜଳୀ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୦୫/୦୩: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ବିଧାୟକ ବୃନ୍ଦ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ରାଜ୍ୟର ବିକାଶ ଏବଂ ପ୍ରଗତି ପ୍ରତି ତାଙ୍କ ଅବଦାନ ଏବଂ ପ୍ରତିବଦ୍ଧତାକୁ ସ୍ମରଣ କରିଛନ୍ତି।