ପହଞ୍ଚିଲେ ଅମିତ ଶାହ, ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଉପସ୍ଥିତ

ଭୁବନେଶ୍ୱର, ୦୬/୦୩: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉପମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।

ଭୁବନେଶ୍ୱର ବିମାନବନ୍ଦରରୁ ସିଧା‌ କଟକ ମୁଣ୍ଡଳି CISF ଅଭିମୁଖେ ଯାଇଛନ୍ତି ଶାହ। ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ପରେ ପାରାଦୀପରେ IFFCO ସଲଫରିକ୍ ଏସିଡ୍ ଫ୍ଲାଣ୍ଟର କରିବେ ଉଦଘାଟନ। ଏହା ପରେ ଅପରାହ୍ନରେ ଜଟଣୀରେ ଜାତୀୟ ଫରେନ୍‌ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍‌ଏଫ୍‌ଏସ୍‌ୟୁ) ଓ କେନ୍ଦ୍ରୀୟ ଫରେନ୍‌ସିକ୍‌ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍‌ଏସ୍‌ଏଲ୍‌)ର ଶିଳାନ୍ୟାସ କରିବେ। ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀରେ ସାମିଲ ହେବେ। ସଂଧ୍ୟାରେ ଦିଲ୍ଲୀ ଫେରିଯିବେ।

ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଶାହ। ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।