ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଯନ୍ତ୍ରୀଙ୍କ ୭ ଠିକଣାରେ ଚଢ଼ାଉ

କେନ୍ଦ୍ରାପଡ଼ା, ୦୭/୦୩: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ୍ କରିଛି ଭିଜିଲାନ୍ସ। ଡେରାବିଶ ଛତାଛକ ସ୍ଥିତ ଜଳସେଚନ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି।

ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଛି। କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଢେଙ୍କାନାଳ ଓ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଛି। ଚଢାଉ ବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛି।

ମିଳିଥିବା ସୂଚନା ମୁତାବକ, ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସେଚନ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟରେ SDO ଭାବେ ଅବସ୍ଥାପିତ ଅଛନ୍ତି।