ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

ଚତୁର୍ଥ କିସ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ପୁରୀ, ୦୮/୦୩: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ତାଳବଣିଆ ସଭାସ୍ଥଳରୁ ଚତୁର୍ଥ କିସ୍ତି ଟଙ୍କା ପଠାଇଲେ ପଠାଇଲେ ମୁଖ୍ୟମନ୍ତ୍ରୀ।

ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା। ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ଉପସ୍ଥିତ ଥିଲେ।