ନୂଆଦିଲ୍ଲୀ, ୦୯/୦୩: ରାଜ୍ୟସଭା ନିର୍ବାଚନ ଥିବା ବେଳେ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି। ଓଡ଼ିଶା, ବିହାର ଓ ହରିୟାଣା ପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୁଳେ ଓଡ଼ିଶାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଛନ୍ତି। ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଦାୟିତ୍ବ ମିଳିଥିବା ବେଳେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ବ ମିଳିଛି।

ସୂଚନାଯୋଗ୍ୟ, ୧୦ଟି ରାଜ୍ୟର ୩୭ଟି ରାଜ୍ୟସଭା ଆସନ ପୂରଣ ପାଇଁ ମାର୍ଚ୍ଚ ୧୬ରେ ଭୋଟ୍ ଗ୍ରହଣ କରାଯିବ। ସେହି ଦିନ ସନ୍ଧ୍ୟା ୫ଟାରେ ଭୋଟ୍ ଗଣତି କରାଯିବ।
ପ୍ରେସ୍ ନୋଟ୍ ଅନୁଯାୟୀ, ମହାରାଷ୍ଟ୍ର, ଓଡ଼ିଶା, ତାମିଲନାଡୁ, ପଶ୍ଚିମବଙ୍ଗ, ଆସାମ, ବିହାର, ଛତିଶଗଡ଼, ହରିୟାଣା, ହିମାଚଳ ପ୍ରଦେଶ ଏବଂ ତେଲେଙ୍ଗାନାରୁ ନିର୍ବାଚିତ ୩୭ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଏପ୍ରିଲ ମାସରେ ଶେଷ ହେବ। ଓଡ଼ିଶା ବିଜେପି ମୁଖ୍ୟ ମନମୋହନ ସାମଲ ଏବଂ ସୁଜିତ କୁମାର ଦୁଇଟି ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି।