ଭୁବନେଶ୍ୱର, ୦୯/୦୩: ଆସନ୍ତାକାଲି ଉତ୍ତର ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ୪ ଜିଲ୍ଲା ଯଥା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଚୈତ୍ର ଆରମ୍ଭରୁ ତାତି ବଢ଼ିଥିବା ବେଳେ ଆଗକୁ ଦୁଇ ପର୍ଯ୍ୟନ୍ତ ଆହୁରି ତାତି ବଢିବାର ସମ୍ଭାବନା ରହିଛି। ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତ କାଲି ଝାରସୁଗୁଡାରେ ସର୍ବାଧିକ ୩୭ ଦଶମିକ ୬ ଡିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଥିବା ବେଳେ ରାୟଗଡାରେ ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ବରରେ ଗତକାଲି ୩୩.୭ ଡିଗ୍ରୀ, କଟକରେ ୩୨. ୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।