୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, ପୁରୀରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ବଲାଙ୍ଗୀର, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।