ମହାନଗର ଓ ପୌରପାଳିକା ଗଠନ ନେଇ ବିଜ୍ଞପ୍ତି ପ୍ରକାଶ

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର, ୧୨/୦୩: ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଲା ଚୂଡ଼ାନ୍ତ ବିଜ୍ଞପ୍ତି। ଏଥିସହିତ ବୌଦ୍ଧଗଡ଼, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର ଓ ଆସିକା ପୌରପାଳିକା ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୋଟିଏ ମହାନଗର ନିଗମ ଓ ୫ ପୌରପାଳିକା ନେଇ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି।