ଭୀର ଅବପାତର ରୂପ ନେଲା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଅବପାତ

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଅବପାତ ଗଭୀର ଅବପାତର ରୂପ ନେଇଛି । ଗତ ୬ ଘଣ୍ଟା ଭିତରେ ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୦ କିମି ବେଗରେ ଗତି କରୁଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏହା ସକ୍ରିୟ ରହିଛି । ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବ ଓ ବାତ୍ୟାର ରୂପ ନେବାର ସମ୍ଭାବନା ରହୁଛି । ଆଗାମୀ ୧୨ ଘଂଟା ପର୍ଯ୍ୟନ୍ତ ଏହା ଉତ୍ତର ପଶ୍ଚିମ ଦିଗରେ ରହିବା ନେଇ ଅନୁମାନ କରାଯାଉଛି । ବାତ୍ୟାରେ ପରିଣତ ହେବା ପରେ ଗତିର ଦିଗ ପରିବର୍ତନ ହେବ ।