ଭୁବନେଶ୍ୱର, ୧୩/୦୩: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହି ସମୟରେ ଆଗାମୀ ୫ ଦିନ ପାଇଁ ପାଣିପାଗ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ମାର୍ଚ୍ଚ ୧୪, ୧୫ ଓ ୧୬ରେ ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲ୍ଲାରେ ହିଟ୍ ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଦୁଇଟି ଜିଲ୍ଲାର ଲୋକଙ୍କୁ ସଚେତନ ରହିବା ଏବଂ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ଏହା ବ୍ୟତୀତ ମାର୍ଚ୍ଚ ୧୬ ତାରିଖରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନଗୁଡ଼ିକରେ ବର୍ଷା ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ପବନ ହେବାର ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ମାର୍ଚ୍ଚ ୧୭ରେ ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହିତ ବିଜୁଳି ଏବଂ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଆଇଏମଡି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି।
୧୮ ମାର୍ଚ୍ଚରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଓ ପବନ ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।