କଟକ, ୧୬/୦୩: SCB ମେଡିକାଲରେ ଘଟିଥିବା ଅଗ୍ନିକାଣ୍ଡରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ SCB ମେଡିକାଲ ଯିବେ ବୋଲି ସୂଚନା ମିଳିଛି। କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ ବୋଲି ନବୀନ କହିଛନ୍ତି। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇଛନ୍ତି। ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ରାଜ୍ୟ ସରକାର ସମସ୍ତ ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ସୁନିଶ୍ଚିତ କରିବାକୁ ନିବେଦନ କରିଛନ୍ତି। ଘଟଣାସ୍ଥଳରେ ପହଞ୍ଚି ସହାୟତା ଯୋଗାଇ ଦେବାକୁ କଟକର ମେୟର ଏବଂ ଟାଙ୍ଗୀ ଚୌଦ୍ୱାର ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଘଟଣାସ୍ଥଳ ପରିଦର୍ଶନ ପରେ କଟକ ମେୟର ସୁବାସ ସିଂ କହିଛନ୍ତି, ଆମ୍ବୁଲାନ୍ସ ପହଞ୍ଚିବାକୁ ଘଣ୍ଟାଏରୁ ଅଧିକ ସମୟ ଲାଗିବା ଗ୍ରହଣୀୟ ନୁହେଁ। ଅଗ୍ନି ନିର୍ବାପକ ବ୍ୟବସ୍ଥା ଅପରେସନାଲ ନଥିବାରୁ ଏଭଳି ଘଟିଲା। ସରକାରଙ୍କ ଦୁର୍ବଳତା କାରଣରୁ ଏଭଳି ଘଟିଲା ବୋଲି କହିଛନ୍ତି ସୁବାସ। ଓଡ଼ିଶା ବାସୀ କାହାକୁ କ୍ଷମା କରି ନାହାନ୍ତି, ସରକାର ଚେତି ଯାଆନ୍ତୁ ବୋଲି କହିଛନ୍ତି।
ସୂଚନାଥାଉକି, ମେଡିକାଲର ପ୍ରମାଣ କେୟାରରେ ନିଆଁ ଲାଗିବା ବେଳେ ୨୩ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା।