ଏସସିବି ଅଗ୍ନିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ

ଭୁବନେଶ୍ୱର, ୧୭/୦୩: କଟକ ଏସ୍‌ସିବି ମେଡିକାଲ୍‌ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।

ଅନ୍ୟପଟେ SCB ନିଆଁ ଲାଗିବା ଘଟଣାରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା। ବାଚସ୍ପତିଙ୍କ ନିକଟରେ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ। ତେବେ ଏହି ଘଟଣାରେ ଜୁଡିସିଆଲ ତଦନ୍ତ ନିର୍ଦ୍ଦେଶକୁ ସ୍ବାଗତ କଲେ ନବୀନ। ନବୀନ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କ ସରକାର ଥିଲା ସମୟରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ସେତେବେଳେ ତତ୍କାଳୀନ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ବର୍ତ୍ତମାନର ସ୍ୱାସ୍ଥ୍ୟ ମନ୍ତ୍ରୀ ମଧ୍ୟ ଇସ୍ତଫା ଦିଅନ୍ତୁ।