ଭୁବନେଶ୍ୱର, ୧୭/୦୩: ଭୁବନେଶ୍ୱରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏକ ଦଳୀୟ ବୈଠକରେ ଯୋଗ ଦେବା ପାଇଁ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି କେନ୍ଦ୍ର ମନ୍ତ୍ରୀ। ଏହି ବୈଠକରେ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଗାମୀ ରଣନୀତି ଏବଂ ସାଂଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବେ।
ସୂଚନାଯୋଗ୍ୟ, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ଅତିଥି ଭବନ ଯାଇ ସେଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଆଲୋଚନା କରିଥିଲେ।