ଭୁବନେଶ୍ୱର, ୧୭/୦୩: ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍। ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ନେଇ ନୋଟିସ୍ ଜାରି କରିଛି ଦଳ। ଚକ୍ରମଣି କହଁର, ନବକିଶୋର ମଲ୍ଲିକ, ସୌଭିକ୍ ବିଶ୍ବାଳ, ସୁବାସିନୀ ଜେନା, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀଙ୍କୁ ନୋଟିସ୍ ଜାରି କରାଯାଇଛି। ନୋଟିସ୍ ଜାରି କରିଛନ୍ତି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ୨୦ ତାରିଖ ସଂଧ୍ୟା ୫ଟା ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।