୫ ଦିନ ପ୍ରବଳ ବର୍ଷିବ

କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୮/୦୩: ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଏଭଳି ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

୨୦ ତାରିଖରୁ ପ୍ରବଳ ଝଡ଼ବର୍ଷା ହୋଇପାରେ। ୨୦ ଓ ୨୧ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳ ବର୍ଷା ପବନ ହେବାର ସମ୍ଭାବନା ରହିଛି। ତେଣୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି଼। କୁଆପଥର ମାଡ଼ ବି ହେବା ସମ୍ଭାବନା ରହିଛି। ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୫୦-୬୦ ଓ ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ।