କଟକ, ୧୮/୦୩: ପୁଣି ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲା କଟକ ଏସସିବି ମେଡିକାଲ। ନନ୍ ଟ୍ରମା କେୟାରରେ ସର୍ଟସର୍କିଟ୍ରୁ ଜଳିଗଲା ଇଲେକ୍ଟ୍ରି ବୋର୍ଡ। କିଛି ବଡ଼ ଅଘଟଣ ଘଟିବା ପୂର୍ବରୁ ନିଆଁକୁ ଆୟତ କଲେ ଅଗ୍ନିଶମ କର୍ମଚାରୀ। ନନ୍ଟ୍ରମା କେୟାରରେ ଶତାଧିକ ରୋଗୀ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ, ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟି ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ। ରାଜ୍ୟ ସରକାର ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଥିଲେ। ଏଥିସହ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।