୩ ଦିନ ପ୍ରବଳ ବର୍ଷିବ

ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨୫/୦୩: ରାଜ୍ୟରେ ଆହୁରି ୩ ଦିନ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଲର୍ଟ ଜାରି କଲା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୬, ୨୭ ଓ ୨୮ ତାରିଖ ପାଇଁ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ସହ ପବନ ପାଇଁ ମଧ୍ୟ ୱାର୍ଣ୍ଣିଂ ଜାରି ହୋଇଛି।

୨୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୭ରେ ୧୬ଟି ଜିଲ୍ଲା ଏବଂ ୨୮ରେ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।