ଭୁବନେଶ୍ୱର, ୨୭/୦୩: ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ବର୍ଷା ଓ ପବନ ସହ ଘଡ଼ଘଡ଼ି ବିଜୁଳି ପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଓ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ତିନି ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ ନୂଆପଡ଼ା ଜିଲ୍ଲାରେ ବର୍ଷା ହୋଇପାରେ। ବଜ୍ରାଘାତରୁ ରକ୍ଷା ପାଇବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।