ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ସାଥିରେ ଅଛନ୍ତି ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର, ୨୮/୦୩: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଷ୍ଟ୍ରପତିଙ୍କୁ ଭେଟିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ସାଥୀରେ ଅଛନ୍ତି। ବିଭିନ୍ନ କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପଟେ ରାଜ୍ୟସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇସାରିବା ପରେ ମନମୋହନ ସାମଲଙ୍କର ଏହା ପ୍ରଥମ ଦିଲ୍ଲୀ ଗସ୍ତ।