ହାଇକୋର୍ଟରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ: ପରିବହନ ବିଭାଗକୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

ହାଇକୋଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲାର ଶୁଣାଣି ହୋଇଛି । ରାଜ୍ୟ ସଡକ ପରିବହନ ବିଭାଗକୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଡିସେମ୍ବର ଶେଷ ଯାଏ ସ୍ଲଟ ଉପଲବ୍ଧ ଅଛି କି ନାହିଁ ତା ଉପରେ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ ଉପରେ ସତ୍ୟପାଠ ଦାଖଲ କରିବାକୁ କୁହାଯାଇଛି । ତେବେ ଆସନ୍ତା ଅକ୍ଟୋବର ୩୧ ମାମଲାର ପରବର୍ତି ଶୁଣାଣି ହେବ ବୋଲି କୋର୍ଟ ତାରିଖ ଧାର୍ଯ୍ୟ କରିଛନ୍ତି ।