ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଗଣଦୁଷ୍କର୍ମ

ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ

ଭୁବନେଶ୍ୱର, ୩୦/୦୩: ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଆସିଛି। ଷ୍ଟେସନ୍‌ରେ ଛାଡ଼ି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଛନ୍ତି। ତମାଣ୍ଡୋ ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ହୋଇଥିବା ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ପୀଡ଼ିତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡ଼ିଛି। ତାଙ୍କର ଡାକ୍ତରୀ ମାଇନା କରି ପଚରାଉଚରା ଜାରି ରଖିଛି ପୋଲିସ।