୧୭ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୨୭ ପରେ ବଦଳିବ ପାଗ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଝାଡ଼ଖଣ୍ଡ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୪.୫ କିମି ଯାଏ ବ୍ୟାପିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ଆକଳନ କରିଛି ।

ରବିବାର ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୟାଗଡ଼, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ୨୭ରେ ସାମାନ୍ୟ ବର୍ଷା କମିବ ବୋଲି ସେ ଆକଳନ କରିଛନ୍ତି ।