୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୬୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୩୬୮୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।