ଅସହ୍ୟ ତାତି: ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଏହି ଜିଲ୍ଲାରେ ଆସନ୍ତାକାଲିଠୁ ସ୍କୁଲ ଛୁଟି

ବଲାଙ୍ଗୀର, ୧୭/୦୪: ପ୍ରବଳ ଖରା, ଗରମ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୧୮ରୁ ୨୧ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ପରେ ପରିସ୍ଥିତି ଦେଖି ଖରାଛୁଟି ନିଷ୍ପତ୍ତି ନେବ ପ୍ରଶାସନ।