ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍କୁଲ, କଲେଜ ଛୁଟି

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି

ନବରଙ୍ଗପୁର, ୧୮/୦୪: ନବରଙ୍ଗପୁର ଜିଲ୍ଲାରେ ଆସନ୍ତା ୨୦ରୁ ସମସ୍ତ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି। ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଜିଲ୍ଲାପାଳ ଘୋଷଣା କରିଛନ୍ତି। କିନ୍ତୁ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ଜାରି ରଖିବାକୁ ନିଷ୍ପତ୍ତି।