୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ସକାଳୁଆ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଜାରି

ଭୁବନେଶ୍ୱର, ୧୯/୦୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାର ସ୍କୁଲଗୁଡ଼ିକ ଏପ୍ରିଲ ୨୦ ରୁ ଏପ୍ରିଲ ୨୩ ପର୍ଯ୍ୟନ୍ତ ବନ୍ଦ ରହିବ। ପ୍ରବଳ ଗରମ ଅନୁଭୂତ ହେଉଥିବାରୁ ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି। ଜିଲ୍ଲାପାଳଙ୍କ ଦ୍ୱାରା ଜାରି ନିର୍ଦ୍ଦେଶନାମା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଏପ୍ରିଲ ୨୦ ରୁ ଏପ୍ରିଲ ୨୩ ପର୍ଯ୍ୟନ୍ତ ବନ୍ଦ ରହିବ।

ସେହିପରି ଦେବଗଡ଼ ଜିଲ୍ଲାରେ ମଧ୍ୟ ୨୦ରୁ ୨୩ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି। ଦେବଗଡ଼ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ମିଳିଥିବାରୁ ଛୁଟି ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ। ଯଦି ପରୀକ୍ଷା ଥାଏ ସକାଳୁଆ କରିବାକୁ ଜାରି ହେଲା ନିର୍ଦ୍ଦେଶ।

ଭୟଙ୍କର ହିଟ୍ ୱେଭକୁ ଦେଖି ପୂର୍ବରୁ ୮ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା ହୋଇଥିଲା।