ଜମ୍ମୁ-କାଶ୍ମୀର, ୨୦/୦୪: ଜମ୍ମୁ-କାଶ୍ମୀରର ଉଧମପୁର ଜିଲ୍ଲାର ରାମନଗର କାଘୋଟ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ପାହାଡ଼ ଉପରୁ ବସ୍ ଖସି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ସୂତ୍ର ଅନୁଯାୟୀ ଏପର୍ଯ୍ୟନ୍ତ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଏବଂ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟ ଜାରି ରହିଛି।
ରିପୋର୍ଟ ଅନୁଯାୟୀ, ଦୁର୍ଘଟଣା ଘଟିବା ସମୟରେ ବସ୍ ଟି ରାମନଗରରୁ ଉଧମପୁର ଯାଉଥିଲା। ଦୁର୍ଘଟଣା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସରକାରୀ ବିବୃତ୍ତି ଜାରି କରାଯାଇନାହିଁ। କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ ଇନ୍ ଷ୍ଟାଗ୍ରାମ୍ ପୋଷ୍ଟରେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି।