ଚାଷୀଙ୍କୁ ମିଳିଲା ସିଏମ କିଷାନ୍ ଟଙ୍କା

୮୩୮ କୋଟି ୪୮ ଲକ୍ଷ ଟଙ୍କା ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

କଟକ, ୨୦/୦୪: ଆଜି ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ମିଳିଲା ସିଏମ କିଷାନ୍ ଟଙ୍କା। ୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା। କଟକରେ ରାଜ୍ୟସ୍ତରୀୟ କୃଷକ ଦିବସରେ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ।

ମୋଟ ୮୩୮ କୋଟି ୪୮ ଲକ୍ଷ ଟଙ୍କା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ଦ୍ୱାରା ୪୧ ଲକ୍ଷ ୨୭ ହଜାର ୫୩୩ କ୍ଷୁଦ୍ର ଓ ୪୧ ହଜାର ୪୯ ଭୂମିହୀନ ଚାଷୀ ଉପକୃତ ହୋଇଛନ୍ତି।

ଏହା‌ ପୂର୍ବରୁ କଟକର ସିଆରଆରଆଇ ଠାରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।