ମାଲକାନଗିରି, ୨୧/୦୪: ମାଲକାନଗିରିରେ ଆସନ୍ତା ୪ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ୨୨,୨୩, ୨୪ ଓ ୨୫ ତାରିଖରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି।
ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି ରହିବ। ପଞ୍ଚମ ଓ ଅଷ୍ଟମ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି ରହିବ। ଅନ୍ୟ ବୋର୍ଡ ପରୀକ୍ଷା ଓ ଜନଗଣନା ମଧ୍ୟ ଚାଲିବ। ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ସକାଳ ସାଢେ ୬ଟାରୁ ୧୦ଟା ୩୦ ଯାଏଁ ସ୍କୁଲ୍ ଖୋଲା ରହିବ।