ସୋଆ ଓ ଭାରତୀୟ ଉଦ୍ୟାନ କୃଷି ଅନୁସନ୍ଧାନ ସଂସ୍ଥା ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଉଚ୍ଚତର ଗବେଷଣା ଓ ଶୈକ୍ଷିକ ଆଦାନ ପ୍ରଦାନ ନିମନ୍ତେ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର, ୨୩/୦୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନସେସ୍ (ଆଇଏଏସ୍‌) ଓ ଭାରତୀୟ ଉଦ୍ୟାନ କୃଷି ଅନୁସନ୍ଧାନ ସଂସ୍ଥା (ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହର୍ଟିକଲଚରାଲ ରିସର୍ଚ୍ଚ) ବେଙ୍ଗାଲୁରୁ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।

ଉଭୟ ଅନୁଷ୍ଠାନ ମଧ୍ୟରେ ଜଳ ପରିଚାଳନା ନେଇ ଉଚ୍ଚତର ଗବେଷଣା ଓ ଶୈକ୍ଷିକ ଆଦାନ ପ୍ରଦାନ ନିମନ୍ତେ ବୁଝାମଣା ସ୍ୱାକ୍ଷରିତ ହୋଇଛି ।

ଭାରତୀୟ ଉଦ୍ୟାନ କୃଷି ଅନୁସନ୍ଧାନ ସଂସ୍ଥା ଅନ୍ତର୍ଗତ କେନ୍ଦ୍ରୀୟ ଉଦ୍ୟାନ ପରୀକ୍ଷଣ କେନ୍ଦ୍ରର ମୁଖ୍ୟ ଡ. ଗୋବିନ୍ଦ ଚନ୍ଦ୍ର ଆଚାର୍ଯ୍ୟ ଏବଂ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ । କୃଷି ମହାବିଦ୍ୟାଳୟର ଗବେଷଣା ଓ ପ୍ରସାର ପରିଷଦର ବୈଠକ ସମୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା ।

ଏହି ବୁଝାମଣା ସ୍ୱାକ୍ଷର ହେବା ସମୟରେ କୃଷି ମହାବିଦ୍ୟାଳୟର ବିଭିନ୍ନ ବିଭାଗର ମୁଖ୍ୟ, ଅଧ୍ୟାପକ ଏବଂ ଅଧ୍ୟାପିକା ଉପସ୍ଥିତ ଥିଲେ ।