ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ସ୍କୁଲକୁ ବନ୍ଦ ଘୋଷଣା
ଭୁବନେଶ୍ୱର, ୨୪/୦୪: ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାହାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ। ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଖରା ଛୁଟି ଘୋଷଣା କରାଯାଇଛି। ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା ଓ ଅନ୍ୟାନ୍ୟ ଅଫିସ୍ କାମ ଜାରି ରହିବ।