ଭୁବନେଶ୍ୱର, ୨୬/୦୪: ମହାରାଜ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଧାନସଭା ପ୍ରାଙ୍ଗଣରେ ଥିବା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ତଥା ରାଜ୍ୟର ପ୍ରଥମ ପ୍ରଧାନମନ୍ତ୍ରୀ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରିକରଣ ଏବଂ ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ତାଙ୍କର ନିସ୍ୱାର୍ଥପର ତ୍ୟାଗ ଓ ଦୂରଦୃଷ୍ଟି ସଦା ସର୍ବଦା ଅବିସ୍ମରଣୀୟ।”