ଭୁବନେଶ୍ୱର, ୨୯/୦୪: ଆସନ୍ତାକାଲି ମହିଳା ସଂରକ୍ଷଣ ବିଲ୍ ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ବିଧାନସଭା ଭବନରେ ଦିନ ୧୧ଟାରେ ବସିବ ସ୍ୱତନ୍ତ୍ର ଅଧିବେଶନ।
ବିଧାନସଭାର ଏହି ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା। ୭୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। STU, ଡଗ୍ ସ୍କ୍ୱାଡ୍, ବମ୍ ସ୍କ୍ୱାଡ୍ ସହ ଅଗ୍ନିଶମ ବିଭାଗକୁ ମଧ୍ୟ ସୁରକ୍ଷା ଦାୟିତ୍ୱ ଦିଆଯାଇଛି। ଏଥି ସହ ଲୋୟର ପିଏମ୍ଜିରେ ୧୪୪ ଧାରା ଜାରି କରାଯିବ।