ଗୃହରେ ‘କଙ୍କାଳ’ ଝଡ଼, ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ୱର, ୩୦/୦୪: ମହିଳା ସଂରକ୍ଷଣ ବିଲ୍ ସମ୍ପର୍କରେ ଆଲୋଚନା ପାଇଁ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖାଯାଇଛି।

ଗୃହ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ନାରାବାଜି ଲାଗି ରହିଛି। କେନ୍ଦୁଝରରେ ବ୍ୟାଙ୍କକୁ ଭଉଣୀର କଙ୍କାଳ ବୁହା ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ପୋଡିୟମ ସାମ୍ନାରେ ନାରାବାଜି କରୁଛନ୍ତି କଂଗ୍ରେସ ବିଧାୟକ। ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାକୁ ଦାବି କଲା କଂଗ୍ରେସ।

ତେବେ ହଟ୍ଟଗୋଳ ମଧ୍ୟରେ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଗୃହରେ ପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ।