ଭୁବନେଶ୍ୱର, ୦୧/୦୫: ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍। ଉଭୟ ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ମାଟ୍ରିକ ସାର୍ଟିଫିକେଟ୍। ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଆସନ୍ତା କାଲି ଅପରାହ୍ଣରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ସନ୍ଧ୍ୟା ୬ଟାରେ ବୋର୍ଡ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ।
ସେହିପରି ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଗୋଟିଏ ଦିନରେ ବିଭିନ୍ନ ବିଭାଗର ରେଜଲ୍ଟ ବାହାରିବ।