ପ୍ରବଳ ବର୍ଷା, ପବନ; ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘଣ୍ଟା ପ୍ରତି ୪୦-୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା

ଭୁବନେଶ୍ୱର, ୦୨/୦୪: ପ୍ରବଳ ବର୍ଷା, ପବନ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ଲାଗି ରାଜ୍ୟର ୨୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୨୩ ଜିଲ୍ଲା ମଧ୍ୟରୁ ୫ ଜିଲ୍ଲାରେ ପବନର ବେଗ ୪୦ରୁ ୫୦ କିମି ରହିବ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି ମୟୂରଭଞ୍ଜ, କେଉଁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି।

ସେହିପରି ଅନ୍ୟ ୧୮ଟି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ରହିଛି।

ଏଥିସହ ରାଜ୍ୟରେ ଆସନ୍ତା ୮ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।