୨୪ ଘଣ୍ଟାରେ ଚିହ୍ନଟ ହେଲେ ୬ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୮୪୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୮୩୫୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।