ଭୁବନେଶ୍ୱର, ୦୮/୦୫: ରାଜ୍ୟର ୧୦ ଜିଲ୍ଲାରେ ଆଗାମୀ ତିନି ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହିତ ବିଜୁଳି ଏବଂ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, ସମ୍ବଲପୁର ଏବଂ ନୂଆପଡ଼ା। ଏହି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ହାଲୁକାରୁ ମଧ୍ୟମ ବର୍ଷା ଓ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।