ଧାମନଗରରେ ବିଜେପି ବିଜୟୀ, ଟ୍ୱିଟ କରି ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଧାମନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୟୀ ହୋଇଛନ୍ତି । ଦଳର ବିଜୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଲେଖିଛନ୍ତି ଧାମନଗର ଉପନିର୍ବାଚନରେ ଧର୍ମର ଜୟ ତଥା ଧାମନଗରର ବିଜୟ ହୋଇଛି । ଗଣତନ୍ତ୍ରର ବିଜୟ ହୋଇଛି । ଏହି ବିଜୟ, ଧାମନଗରର ମାତୃଶକ୍ତି, ଯୁବଶକ୍ତିର ବିଜୟ । ସ୍ୱର୍ଗୀୟ ବିଷ୍ଣୁ ଭାଇଙ୍କ ପ୍ରତି ଅଞ୍ଚଳବାସୀଙ୍କର ଥିବା ଭଲ ପାଇବାର ବିଜୟ । ଓଡ଼ିଆ ସ୍ୱାଭିମାନର ବିଜୟ । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବାବା ଆଖଣ୍ଡଳମଣିଙ୍କ ଆଶୀର୍ବାଦରୁ ଜନସାଧାରଣଙ୍କ ଭଲ ପାଇବା ଓ ଆମ କାର୍ୟ୍ୟକର୍ତ୍ତାଙ୍କ ପରିଶ୍ରମ ସାର୍ଥକ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ରହିଛି । ଆମ ଦଳକୁ ବିଜୟୀ କରିଥିବା ଧାମନଗରବାସୀଙ୍କୁ ଅଶେଷ ଅଶେଷ କୃତଜ୍ଞତା ଜ୍ଞାପନ କରୁଛି।