ପଶ୍ଚିମବଙ୍ଗରେ ‘ଶୁଭେନ୍ଦୁ’ ସରକାର

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ

କୋଲକାତା, ୦୯/୦୫: ପଶ୍ଚିମବଙ୍ଗର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। କୋଲକାତା ବ୍ରିଗେଡ୍‌ ପରେଡ୍‌ ଗ୍ରାଉଣ୍ଡରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି।

ଶୁଭେନ୍ଦୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଉପସ୍ଥିତ ଅଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, NDA ଶାସିତ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ।