ଆସାମରେ ହିମନ୍ତ ସରକାର ୨.୦

୪ କ୍ୟାବିନେଟ ମନ୍ତ୍ରୀଙ୍କ ସହ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

ଗୌହାଟୀ, ୧୨/୦୫: ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ବଶର୍ମା। ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ। ୪ କ୍ୟାବିନେଟ ମନ୍ତ୍ରୀଙ୍କ ସହ ଶପଥ ଗ୍ରହଣ କରିଛନ୍ତି। ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ।

ହିମନ୍ତଙ୍କ କ୍ୟାବିନେଟରେ ଅଛନ୍ତି ଚରଣ ବୋରୋ, ଅଜନ୍ତା ନେଓଗ, ଆତୁ ବୋରା ଓ ରାମେଶ୍ୱର ତେଲି।

ଖାନାପଡ଼ା ଭେଟେରେନାରୀ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଯାଇଛି। ଆସାମରେ ଲଗାତାର ୩ୟ ଥର ପାଇଁ ବିଜେପି ନେତୃତ୍ବାଧୀନ NDA ସରକାର ଗଠନ ହୋଇଛି।

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଅଛନ୍ତି।

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଅଛନ୍ତି। ଏଥି ସହ ସମସ୍ତ ବିଜେପି ଶାସିତ ରାଜ୍ୟର CM ଶପଥ ସମାରୋହରେ ସାମିଲ ହୋଇଛନ୍ତି।