ଭୁବନେଶ୍ୱର, ୧୫/୦୫: ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀଙ୍କ ମହଙ୍ଗା ଭତ୍ତା (DA) ଓ ମହଙ୍ଗା ରିଲିଫ୍ (DR) ୨ ପ୍ରତିଶତ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ତ୍ତମାନ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ବୃଦ୍ଧି ପାଇ ୬୦ ପ୍ରତିଶତରେ ପହଞ୍ଚିଛି।
ବୃଦ୍ଧି ପାଇଥିବା ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମାସ ଦରମାରେ ନଗଦ ଆକାରରେ ମିଳିବ। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପ୍ରାୟ ସାଢ଼େ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ସିଧାସଳଖ ଭାବେ ଉପକୃତ ହେବେ।