ବଢ଼ିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

ସୁପ୍ରିମକୋର୍ଟ (ବିଚାରପତିଙ୍କ ସଂଖ୍ୟା) ସଂଶୋଧନ ଅଧ୍ୟାଦେଶକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ, ୧୭/୦୫: ବଢ଼ିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା। ସୁପ୍ରିମକୋର୍ଟ (ବିଚାରପତିଙ୍କ ସଂଖ୍ୟା) ସଂଶୋଧନ ଅଧ୍ୟାଦେଶକୁ ମଞ୍ଜୁରୀ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫଳରେ ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୩ରୁ ୩୭କୁ ବୃଦ୍ଧି ପାଇଛି।

ପ୍ରଧାନ ବିଚାରପତିଙ୍କୁ ବାଦ୍‌ ଦେଇ ବିଚାରପତି ସଂଖ୍ୟା ୩୭କୁ ବୃଦ୍ଧି ହୋଇଛି। ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ। ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ନେଇ ୫ ତାରିଖ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ହୋଇଥିଲା।