ଭୁବନେଶ୍ୱର, ୧୮/୦୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ।
ଚଳିତ ଥର ଫେବୃଆରୀ ୧୮ରୁ ମାର୍ଚ୍ଚ ୨୮ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୪ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।