ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ

୧୦ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର, ୨୦/୦୫: ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୦ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l

ବୈଠକରେ ୭ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ୧ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧ଟି, ଆଇନ ବିଭାଗର ୩ଟି, ଶକ୍ତି ବିଭାଗର ୨ଟି, ଏହିପରି ମୋଟ ୬ଟି ବିଭାଗ ର ୧୦ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଗୋଟିଏ ପ୍ରସ୍ତାବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ସମ୍ପର୍କିତ ଥିଲା ।